@Gajapati (ଗଜପତି) Profile picture
ଅନାଲୋଚିତ ଓଡିଶାର ପ୍ରଚାର ଓ ପ୍ରସାର #polyglot_Techie_Researcher_Archivist

Apr 3, 2021, 12 tweets

ଦଣ୍ଡ ନାଚ କାହିଁକି ?
ଦଣ୍ଡ ନାଚ କଣ ?

ଆସନ୍ତୁ ଜାଣିବା କିଛି ଜଣା ଅଜଣା
ବୈଦିକ ଯୁଗରେ ଲୋକ ନାଟକର ଉବ୍ଦଭ ହୋଇଥିଲେ ମଧ୍ୟ ଏବେ ଏଗୁଡିକ ଲୋକ ସମାଜରେ ମୁମୂର୍ଷ ଅବସ୍ଥାରେ କେବଳ ବଞ୍ଚିରହିଛନ୍ତି।ସମଗ୍ର ବିଶ୍ବରେ ବିଭିନ୍ନ ପ୍ରକାର ଲୋକନାଟକ ପ୍ରଚଳିତ । ସେହିଭଳି ଓଡ଼ିଶାରେ ମଧ୍ୟ ପ୍ରସିଦ୍ଧ ଲୋକନାଟକ ମଧ୍ୟରୁ ଦଣ୍ଡନାଟ ପ୍ରଭାବଶାଳୀ
1/ନ

ପ୍ରାମାଣିକ ତଥ୍ୟ ଅନୁସାରେ ଦଣ୍ଡନାଚ ସର୍ବ ପ୍ରଥମେ ଗଞ୍ଜାମ ଜିଲ୍ଲାର କୁଲାଗଡ଼ ଠାରେ ହେଇଥିଲା।
ଦଣ୍ଡନାଚ ର ଉତ୍ପତ୍ତି ବିଷୟରେ ବହୁତ ପୌରାଣିକ ଆଖ୍ୟାନ ରହିଛି:
ଥରେ ଦକ୍ଷ ପ୍ରଜାପତି ଯଜ୍ଞର ଆୟୋଜନ କରି ନିଜ କନ୍ୟା ସତୀ ଓ ଜାମାତା ଶିବଙ୍କ ବ୍ୟତୀତ ସବୁ ଦେବତାମାନଙ୍କୁ ଆମନ୍ତ୍ରିତ କରିଥିଲେ । ଅନିମନ୍ତ୍ରିତ ଭାବରେ ସତୀ ଯଜ୍ଞସ୍ଥଳକୁ
2/n

ଯିବାରୁ ଦକ୍ଷ ତାଙ୍କୁ ଭର୍ସନା କରିବା ସହିତ ଶିବଙ୍କୁ ଅପମାନ ଦେଇ ଅନେକ କଥା କହିଲେ । ଏହା ସହି ନ ପାରି ସତୀ ଯଜ୍ଞକୁଣ୍ଡରେ ଝାସଦେଇ ପ୍ରାଣତ୍ୟାଗ କଲେ । ଏହି ସମ୍ବାଦ ପାଇ ଶିବ କ୍ରୋଧାନ୍ବିତ ହୋଇ ଦକ୍ଷଙ୍କର ଶିରଚ୍ଛେଦନ କରିଥିଲେ । ତାଙ୍କର ଉଗ୍ରରୂପକୁ ଶାନ୍ତ କରିବାପାଇଁ ଦକ୍ଷ ପତ୍ନୀ ପ୍ରସୂତୀ ଅର୍ଘ୍ୟ ଦେଇ ବନ୍ଦ କରିବାକୁ ଆସନ୍ତେ
3/n

ଶିବଙ୍କର ଦିଗମ୍ବର ରୂପକୁ ଦେଖି ତାଙ୍କୁ ଲିଙ୍ଗରୂପରେ ପୂଜା ପାଇବାକୁ ଅଭିଶାପ ପ୍ରଦାନ କଲେ । ଅଭିଶାପ ହେତୁ ଶିବଲିଙ୍ଗ ଭୂପତିତ ହେଲା ଏବଂ ଆଦିଶକ୍ତି ଉଭା ହୋଇ ଏହି ଲିଙ୍ଗକୁ ଧାରଣ କଲେ । ସେହିଦିନଠାରୁ ଶିବଶକ୍ତି ଦଣ୍ଡ ଓ ଘଡ଼ି ରୂପରେ ପୂଜା ପାଇଥାନ୍ତି । ବ୍ରହ୍ମା ଏହି ଦଣ୍ଡ - ଘଡ଼ି ପୂଜା କରିବାକୁ ଚଢ଼େଇଆକୁ ଦେଲେ ।
4/n

ସେହି ଦିନଠାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା ।

ବ୍ରହ୍ମାଙ୍କ ପାଞ୍ଚ ମାନସ କୁମାର ମରୀଚି , ପୁଲହ , ପୁଲସ୍ତ୍ୟ , କ୍ରତୁ ଓ ଅଙ୍ଗିରା ଇନ୍ଦ୍ରଙ୍କ ପାଞ୍ଚ ପୁଅ ଜୟନ୍ତି , ପାକଶାସ୍ତ୍ରୀ , ସୁବତ୍ସ , ସୁରସେନ , ଗନ୍ଧର୍ବସେନ ଓ କୁବେରଙ୍କ ତିନିପୁତ୍ର ନଳ , ମଣିଭଦ୍ର , ସୁକୁବେର ସତ୍ୟ ଯୁଗରେ ଦେବଗୁରୁ ବୃହସ୍ପତିଙ୍କଠାରୁ
5/n

ବିଦ୍ୟାଶିକ୍ଷା କରି ଫେରୁଥିବା ସମୟରେ ପିତୃଲୋକଙ୍କୁ ଜଳଦାନ କରୁଥିବା ଋଷି କର୍ତ୍ତାଙ୍କୁ ଦେଖି ହସିବାରୁ ରୁଷି କ୍ରତୁ ଙ୍କ ଦ୍ଵାରା ଶାପିତ ହୋଇ କୁଷ୍ଠରୋଗାକ୍ରାନ୍ତ ହେଲେ । ଏଥକୁ ମୁକ୍ତି ପାଇବାକୁ ସେମାନେ ବ୍ରହ୍ମା ଙ୍କ ପାଖକୁ ଗଲେ ବ୍ରହ୍ମାଙ୍କ ଆଦେଶରେ ସେ ଶିବଙ୍କ ଶରଣାପନ୍ନ ହେଲେ ମହାଦେବ ଶିବ କୃପାପ୍ରାର୍ଥୀ ହେଲେ ।
6/n

ତେବେ ମହାଦେବ ସ୍ୱୟଂ ଆଦିଶକ୍ତିଙ୍କୁ ସ୍ମରଣ କରୁଥିଲେ । ଏ ସମୟରେ ମା କାଳୀ ଆବିର୍ଭୂତା ହୋଇ ୧୩ ଦିନ ରୁଦ୍ରକାଳୀ ଦଣ୍ଡବ୍ରତ ପାଳନ କରିବାକୁ କହିବାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା ।

ତରଣୀ ଋଷିଙ୍କର ୧୪ ଜଣ ଉଦ୍ଧତ ପୁଅ ଅନେକ ଅନ୍ୟାୟ ଅତ୍ୟାଚାର କରୁଥିଲେ । ସେମାନଙ୍କ ଭିତରୁ ଜଣେ ଅଭକ୍ଷ୍ୟ ଭକ୍ଷଣ କରି ମୃତ୍ୟୁବରଣ କଲା
7/n

ଅନ୍ୟମାନଙ୍କୁ ବ୍ରହ୍ମା ଉଇହୁଙ୍କା ପାଲଟି ଯିବାକୁ ଅଭିଶାପ ଦେଲେ । ସେହି ତେରଜଣଙ୍କ ଭିତରୁ ଜଣେ ଶିବଙ୍କ ଶରଣାପନ୍ନ ହୋଇ ଦଣ୍ଡ ପାଳନ କରି
ବ୍ରହ୍ମାକୁ ତୁଷ୍ଟ କଲା ଓ ତେରଭାଇ ଶାପମୁକ୍ତ ହେଲେ।

*ଏହି ତେର ଋଷିପୁତ୍ରଙ୍କୁ ନେଇ ତେର ଦଣ୍ଡନାଟ ଆରମ୍ଭ ବୋଲି କଥିତ ଅଛି ।

ଅଷ୍ଟାବକ୍ର ଋଷିଙ୍କର କୁରୂପ ଶରୀରକୁ ଦେଖି
8/n

ବୃହସ୍ପତି , ଇନ୍ଦ୍ର ଓ କୁବେରଙ୍କର ୧୩ ପୁତ୍ର ପରିହାସ କରିବାରୁ ଋଷିଙ୍କ ଅଭିଶାପରେ ସେମାନେ ଚଢ଼େୟା ଶବର ଭାବେ ପୃଥିବୀ ପୃଷ୍ଠରେ ଜନ୍ମ ଗ୍ରହଣ କଲେ । ଥରେ ନିଷିଦ୍ଧ ଅଞ୍ଚଳରେ ପକ୍ଷୀ ଶିକାର କରିବାରୁ ପକ୍ଷୀମାନେ ଗରୁଡ଼ଙ୍କୁ ନିଜର ଦୁଃଖ ଜଣାଇଲେ । ଫଳତଃ ଗରୁଡ଼ଙ୍କ ଆଦେଶରେ ଶିବଙ୍କର ସର୍ପ ଦଂଶନ କରି ମାରିଦେଲେ ।
9/n

ସେମାନଙ୍କ ପତ୍ନୀ ମା କାଳୀଙ୍କୁ ପ୍ରାର୍ଥନା କରିବାରୁ ସେ ୧୩ ଜଣ ଚଢ଼େୟାଙ୍କୁ ଜୀବଦାନ ଦେଲେ ।
ଏହି ମହିମାକୁ ପ୍ରଚାର କରିବାପାଇଁ ୧୩ ଜଣ ଦଣ୍ଡୁଆ ଦଣ୍ଡକାଳୀ ବ୍ରତ ଧାରଣ କରିବାର କିମ୍ବଦନ୍ତୀ ରହିଅଛି । ଦଣ୍ଡନାଚରେ ପ୍ରଭା , ନାଗ , ଫାସ , ଦଣ୍ଡ , ଗୌରୀବେତ , ମୟୁରଚନ୍ଦ୍ରିକା , ଚମ୍ପାବର , ଗୁଆ , କଷାୟବ ପତାକା ଏବଂ ବେତ
10/n

ଏକାନ୍ତ ଆବଶ୍ୟକ । ଗୌରୀବେତରେ ସ୍ଵୟଂ ଶିବ ବିରାଜମାନ କରିଥାନ୍ତି ବୋଲି ବିଶ୍ବାସ କରାଯାଏ । ଏହି ପର୍ବ ପ୍ରାଚୀନ ଇତିହାସରୁ ଓଡ଼ିଶାରେ ଚଳି ଆସୁଛି ଏବଂ ଓଡ଼ିଶା ବାସୀଙ୍କର ନୂଆ ବର୍ଷ ଦିନ ଅର୍ଥାତ୍ ମହାବିଷୁବ ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଦିନ ଏହା ଉଦଯାପିତ ହୁଏ । ଦଣ୍ଡନାଚରେ ଉଭୟ ଭଗବାନ ଶିବ ଓ ମା କାଳୀଙ୍କୁ ଉପାସନା କରାଯାଏ 10/n

ଓ ଏହା ବୈଶାଖ ମାସରେ ଆରମ୍ଭ ହୋଇ ୧୩ ଦିନ ପର୍ଯ୍ୟନ୍ତ ପାଳନ ହୁଏ । ୧୩ ଦିନ ଶେଷର ଦିନକୁ ମେରୁ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି କୁହାଯାଏ ।

ହୁହୁକାରେ ଶବାରୂଢେ ନୀଳନୀରଜଲୋଚନେ । ତ୍ରୈଲୋକୈକମୁଖେ ଦିବ୍ଯ କାଳିକାପୈ ନମୋସ୍ତୁତେ || ପ୍ରତ୍ଯାଳୀଜପଦେ ଘୋରେ ମୁଣ୍ଡମାଳାପ୍ରଲମ୍ବିତେ । ଖୱେ ଲମ୍ବୋଦରେ ଭୀମେ କାଳିକାୟେ ନମୋସ୍ତୁତେ।।
11/n

Share this Scrolly Tale with your friends.

A Scrolly Tale is a new way to read Twitter threads with a more visually immersive experience.
Discover more beautiful Scrolly Tales like this.

Keep scrolling