ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ,
ଘୋଷଯାତ୍ରା: ବିଶ୍ୱର ମଙ୍ଗଳ ଘୋଷଣା କରୁଥିବାରୁ ବା ନନ୍ଦିଘୋଷ ରଥରେ ବସି ଯାତ୍ରା କରୁଥିବାରୁ ଘୋଷଯାତ୍ରା ।
ଆଡ଼ପମଣ୍ଡପ ଯାତ୍ରା: ଗୁଣ୍ଡିଚା ମଣ୍ଡପରେ ଥିବା ଆଡ଼ପମଣ୍ଡପରେ ବିଜେ କରୁଥିବାରୁ ଆଡ଼ପମଣ୍ଡପ ଯାତ୍ରା ।
ଦଶାବତାର ଯାତ୍ରା: ଗୁଣ୍ଡିଚା ଘରେ ଦଶ ଅବତାର ବେଶ ହେଉଥିବାରୁ ଦଶାବତାର ଯାତ୍ରା ।
ପତିତପାବନ ଯାତ୍ରା: ପତିତମାନଙ୍କୁ ଉଦ୍ଧାର କରିବାକୁ ଏହି ଯାତ୍ରା ହେଉଥିବାରୁ ପତିତପାବନ ଯାତ୍ରା ।
ଗୁଣ୍ଡିଚା ଯାତ୍ରା: ଗୁଣ୍ଡିଚା ଘରକୁ ଯାତ୍ରା କରୁଥିବାରୁ ଏହା ଗୁଣ୍ଡିଚା ଯାତ୍ରା ।
ହରିହର କାନୁନଗୋଙ୍କ ମତରେ ଜଗନ୍ନାଥଙ୍କ ରଥଯାତ୍ରା ଏକ ବୌଦ୍ଧ ଅନୁଷ୍ଠାନ । ସିଂହଳରେ ଯେଉଁ ରଥଯାତ୍ରା ପାଳିତ ହୁଏ, ସେଥିରେ ବୁଦ୍ଧଙ୍କ ଦନ୍ତକୁ ବୈଶାଖ ଶୁକ୍ଳ ତ୍ରୟୋଦଶୀ ଦିନ ବାହାର କରି ହାତୀ ଉପରେ ଥୋଇ ମହା ସମାରୋହରେ ଶୋଭାଯାତ୍ରାରେ ନିଆଯାଏ ଓ ନଗରର ରାଜମାର୍ଗ ମାନ ବୁଲାଇ ସେହି ଦନ୍ତକୁ
ପୁରାତତ୍ତ୍ୱବିତ ରାଜେନ୍ଦ୍ର ଲାଲ ମିତ୍ରଙ୍କ ମତନୁଯାୟୀ ପୁରୀର ରଥଯାତ୍ରା ବୁଦ୍ଧଦେବଙ୍କ ଜନ୍ମୋତ୍ସବ ପାଳନର ସ୍ମୃତି ମାତ୍ର। ଷୋଡ଼ଶ ଶତାଦ୍ଦୀରେ ରଚିତ ମାଦଳା ପାଞ୍ଜିରେ ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ଦେଖିବାକୁ ମିଳେ ।
କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ
ଶ୍ରୀକ୍ଷେତ୍ର ଧାମରେ ପାଳିତ ହେଉଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ମହିମା ତଥା ପାଳନ ବିଧିର ବିସ୍ତୃତ ବର୍ଣ୍ଣନା ବିଭିନ୍ନ ପୁରାଣ ଓ ଉପପୁରାଣମାନଙ୍କରେ ଉଲ୍ଲେଖ ହୋଇଛି। ବିଶେଷ ଭାବେ ବ୍ରହ୍ମ ପୁରାଣ, ନାରଦ ପୁରାଣ, ନୀଳାଦ୍ରି ମହୋଦୟ, କପିଳ ସଂହିତା, ଜଗନ୍ନାଥ ପୁରାଣ, ଯାତ୍ରା ଭାଗବତ, ପଦ୍ମ ପୁରାଣ,
ପାର୍ଶ୍ୱ ବୃତ୍ତିଃ ଶୟନ ନିବୃତ୍ତି ପାବୃତ୍ତୈ ପୁଷ୍ୟପୂଜା
ଦୋଳଯାତ୍ରା ଦମନକମହୋତାକ୍ଷ ପୂଜା ତୃତୀୟା
ଚୈକଂ ଯାତ୍ରା ବିଧନିଗଦିତା ଦ୍ୱାଦଶୈତା ନରେନ୍ଦ୍ର ।
ମହାପ୍ରଭୁମାନଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ମହାବେଦୀ ମହୋତ୍ସବ ହିଁ ଶ୍ରେଷ୍ଠ ବୋଲି ସ୍କନ୍ଧ ପୁରାଣର
ସ୍କନ୍ଧ ପୁରାଣ ଅନ୍ତର୍ଗତ ଉତ୍କଳ ଖଣ୍ଡର ୩୩ଶ ଅଧ୍ୟାୟ ଠାରୁ ୩୫ଶ ଅଧ୍ୟାୟ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପାଳିତ ମହାପ୍ରଭୁମାନଙ୍କ ରଥଯାତ୍ରାର ସବିଶେଷ ବିବରଣି ରହିଅଛି। ନିମ୍ନରେ ସେହି ବିବରଣୀର ସାରମର୍ମ ଉଲ୍ଲେଖ କରାଯାଇଛି - ବୈଶାଖ ଶୁକ୍ଳ ତୃତୀୟା ରୋହିଣୀ ନକ୍ଷତ୍ର ଦିନ ରାଜା ସଂକଳ୍ପ କରିବେ। ଆଚାର୍ଯ୍ୟ ବରଣ କରିବେ ।
ସ୍କନ୍ଧ ପୁରାଣ ଅନୁସାରେ - ଜଗନ୍ନାଥଙ୍କ ରଥ ଚକ ସଂଖ୍ୟା ୧୬ (ଷୋହଳ), ବେଦୀ ଉପରୁ ରଥର ଉଚ୍ଚତା ୨୩ (ତେଇଶି) ହାତ, ଚାରୋଟି ତୋରଣ ହେବ ।
ଚୈତନ୍ୟ ଚରିତାମୃତ ଗ୍ରନ୍ଥର ରଚୟିତା କବିରାଜ କୃଷ୍ଣ ଦାସ ଉକ୍ତ ଗ୍ରନ୍ଥରେ ଶ୍ରୀକ୍ଷେତ୍ରରେ ପାଳିତ ରଥଯାତ୍ରାର ଯେଉଁ ବିବରଣ ପ୍ରଦାନ କରିଛନ୍ତି, ତାହା ଦୀର୍ଘ ପାଞ୍ଚ ଶହ ବର୍ଷ ପୂର୍ବର ଅଟେ। ସେ ଚୈତନ୍ୟଙ୍କ ଶିଷ୍ୟ ରଘୁନାଥ ଦାସ ଗୋସ୍ୱାମୀଙ୍କ ଶିଷ୍ୟ ଥିଲେ ।
ପ୍ରଥମେ ମାର୍ଜନୀ ଲୱା କରିଲ ଶୋଧନ ।
ଛୋଟ ବଡ଼ ମନ୍ଦିର କୈଲ ମାର୍ଜନା ଶୋଧନ।
ପାଛେ ତୈଛେ ଶୋଧିଲ ଶ୍ରୀଜଗମୋହନ ।
ପୁନଶ୍ଚ ଉକ୍ତ ଗ୍ରନ୍ଥରେ ହୋଇଥିବା ବର୍ଣ୍ଣନା ଅନୁଯାୟୀ , ସେ ସମୟରେ ରଥର ସାଜସଜ୍ଜା ଉତ୍ତମମାନର ଥିଲା। ଏହା ଦର୍ଶନ କରି ସମସ୍ତେ ବିସ୍ମୟ ପ୍ରକାଶ କରୁଥିଲେ।
ଏକ ତୁଲୀ ହୈତେ ତ୍ୱରାୟ ଆର ତୁଲୀତେ ଆନେ ।
ପ୍ରଭୁ ପଦାଘାତେ ତୁଲୀ ହୟ ଖଣ୍ଡ ଖଣ୍ଡ ।
ତୁଲୀ ସବ ଉଡି଼ ଯାୟ ଶବ୍ଦ ହୟ ପ୍ରଚଣ୍ଡ ।
ବର୍ତ୍ତମାନ ଗଜପତି ମହାରାଜ ରଥ ଉପରେ ଛେରାପହଁରା କଲା ପରି ସେତେବେଳେ ହେଉନଥିଲା। ରାଜା ରଥ ତଳେ ପଥରେ ଛେରା ପହଁରା କରୁଥିଲେ ।
ନୀଳାଦ୍ରି ମହୋଦୟ ର ବର୍ଣ୍ଣନା ଅନୁଯାୟୀ ମହାପ୍ରଭୁଙ୍କ ଆବିର୍ଭାବ ପରେ ତାଙ୍କ ପାଇଁ ରାଜା ଇନ୍ଦ୍ରଦ୍ୟୁମ୍ନ ମନ୍ଦିର ନିର୍ମାଣ କରିଥିଲେ । ସେହି ମନ୍ଦିରକୁ ପ୍ରଜପିତା ବ୍ରହ୍ମାଙ୍କଦ୍ୱାରା ପ୍ରତିଷ୍ଠା କରିବା ପାଇଁ ବ୍ରହ୍ମଲୋକ ଯାଇଥିଲେ । ସେଠାରୁ ବ୍ରହ୍ମାଙ୍କୁ ନେଇ ଆସିଥିଲେ ।
ନୀଳାଦ୍ରି ମହୋଦୟ ୫ମ ଅଧ୍ୟାୟ ୨୯ ଶ୍ଳୋକ
ନାନାଳଙ୍କାର ସଂଯୁକ୍ତଂ ଦିବ୍ୟାମ୍ବର ସୁମଣ୍ଡିତମ୍'
ଅର୍ଥାତ ସ୍ୱର୍ଣପୁରୀରେ ଦେବଦୂତ ଦ୍ୱୟ ନାନା ରୁଚିର ଅଳଙ୍କାର ମାନ ସଂଯୁକ୍ତ କରି ରଥ ତିନୋଟି ନିର୍ମାଣ କରିଥିଲେ ।ନାରଦ କହିବା ଅନୁସାରେ ସେହିରଥ ତିନୋଟିକୁ ସୁନ୍ଦର ଓ ନରମ ବସ୍ତ୍ରଦ୍ୱାରା ସଜାଇଥିଲେ ।
'ନିର୍ମମେ ନାରଦୋକ୍ତୋ ତଚ୍ଚକ୍ରୈଃ ସଂଯୁକ୍ତମାୟସୈଃ ।
ନାନାରତ୍ନସମୁଲ୍ଲାସଂ ହୈମଂ ଚାରୁତରଂ ଦ୍ୱିଜାଃ'
ରଥର ଚକ ଗୁଡାକ ଲୁହାରେ ତିଆରି କରିଥିଲେ । ରଥଚକର ଅର ଗୁଡିକ ସୁନାରେତିଆରି କରିଥିଲେ । ସୁନା ଚକ ବେଶ ଆକର୍ଷକ ଥିଲା ।
ଜଗତଜନନୀ ମା' ସୁଭଦ୍ରାଙ୍କ ସୁବର୍ଣ୍ଣମୟ ରଥର ନାମ "ପଦ୍ମ ଧ୍ୱଜ"
ବଡ ଠାକୁର ଶ୍ରୀବଳଭଦ୍ରଙ୍କ ରଥର ନାମ "ତାଳ ଧ୍ୱଜ"
ରଥ ତିନୋଟି ନିର୍ମାଣ ହେବ ପରେ ତାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସେଥିରେ ତୋରଣ ଓ ବିଭିନ୍ନ ଧାରଣର ପତାକା ସଂଯୋଗ କରାଯାଇଥିଲା ।
ହିନ୍ଦୁ ଜ୍ୟୋତିଷିକ ତତ୍ତ୍ୱରେ ଗ୍ରହଜଗତ ନଅଗୋଟି ଗ୍ରହଙ୍କୁ ନେଇ ଗଠିତ, ଯଥା- ରବି, ଚନ୍ଦ୍ର, ମଙ୍ଗଳ, ବୁଧ, ବୃହସ୍ପତି, ଶୁକ୍ର, ଶନି, ରାହୁ ଓ କେତୁ । ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟ ଜ୍ୟୋତିଷିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ । ଆଷାଢ଼ ମାସର ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଶ୍ରୀଜଗନ୍ନାଥ ନିଜର ବଡ଼ଭାଇ
ଗୁଣ୍ଡିଚା ମନ୍ଦିରରେ ଶ୍ରୀଜଗନ୍ନାଥ ସାତଦିନ ରହନ୍ତି ଏବଂ ସପ୍ତାହର ପ୍ରତ୍ୟେକ ବାରକୁ ଆବୃତ୍ତ କରନ୍ତି । ଆଷାଢ଼ ମାସର ତୃତୀୟା ତିଥି ଯେଉଁଦିନ ପଡ଼ିବ ସେହିଦିନ ଶ୍ରୀଜଗନ୍ନାଥ ସେହିବାରର ପ୍ରତୀକଗ୍ରହ ରୂପେ ପୁଜା ପାଆନ୍ତି ।
ତଥ୍ୟ ସଂଗ୍ରହ :- @OdiaWiki
ଫଟୋ ସଂଗ୍ରହ :- Shibu Prusty